ଫେବୃୟାରୀ 28 ତାରିଖ ରୁ ମାର୍ଚ୍ଚ 06 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣ ମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ।ରାଜନୀତିରେ କୃତକାର୍ଯ୍ୟ ହୋଇ ଉଚ୍ଚଆଶା ସଫଳ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଭୋଗ ବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବରିଷ୍ଠ ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। ଶିକ୍ଷାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମନର ଆଶାଆକାଂକ୍ଷା ପୂରଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୟ ସତ୍ତ୍ୱେ ଜୟହେବ। ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ଯା ଦୂରେଇ ଯାଇ ସୁଖ ଶାନ୍ତି ପ୍ରାପ୍ତି ହେବ।ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ନେଇ ସଫଳତା ପାଇବେ। ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। ବାଧା ପ୍ରତିରୋଧକୁ ଭୃକ୍ଷେପ ନକରି ଦାମ୍ପତ୍ୟ ସମସ୍ୟାକୁ ସମାଧାନ କରି ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଋଣରୁ ମୁକ୍ତି ମିଳିବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ।ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଉତ୍ତମ ରୋଜଗାର ମିଳିବ। ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ। ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରାର ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ପାରିବାରିକ କ୍ଷେତ୍ରରେ ସମାଲୋଚନାର ଶରବ୍ୟ ହୋଇ ପାରନ୍ତି। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆୟ ଉପାର୍ଜନର ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଖାଦ୍ୟପେୟର ବ୍ୟତିକ୍ରମ ଯୋଗେ ସ୍ଵାସ୍ଥ୍ୟହାନିର କାରଣ ହୋଇ ପାରେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଗୁରୁ ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟୀମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ପରିବାରରେ ସାଧାରଣ ବାତାବରଣ ଜାରି ରହି ସମସ୍ତ ଆଶା ପୂରଣ ହେବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଆୟ ଉପାର୍ଜନର ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!