ସାପ୍ତାହିକ ରାଶିଫଳ: ଅପ୍ରେଲ ୫ ରୁ ଅପ୍ରେଲ ୧୧ ତାରିଖ , ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କିନ୍ତୁ ୫/୬ତାରିଖରେ ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ରାଜନୀତି କ୍ଷେତ୍ରରେ ଅପେକ୍ଷା କୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କିନ୍ତୁ ୭/୮ତାରିଖରେ କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ବିଦେଶ ଯାତ୍ରାରେ ଯଶଲାଭ, ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ଓ ମାନସିକ ଏକାଗ୍ରତା ରଖି ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କିନ୍ତୁ ୧୦ /୧୧ତାରିଖରେ ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ସାମାଜିକ ପତିଆରା ଅମଳିନ ରହିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବା ଦ୍ଵାରା ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଉଚିତ୍ପନ୍ଥା ଗ୍ରହଣ କଲେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ମାନସିକ ସୁସ୍ଥତା ଅନୁଭବ କରିବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । କିନ୍ତୁ ୧୦ /୧୧ତାରିଖରେ ଦୂରଯାତ୍ରାର କଷ୍ଟ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ଧନ ଲାଭ ହେବାରୁ ମନ ଖୁସି ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କିନ୍ତୁ ୫ /୬ତାରିଖରେ ଆଳସ୍ୟ ଭାବ ବୃଦ୍ଧିପାଇବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:- ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟବସାୟରେ ଅର୍ଥଲାଭର ମାର୍ଗ ଖୋଲିଯିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ପରିବାରର ପରିସ୍ଥିତି ସମାଧାନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଶୁଭ ସମାଚାର ମିଳିବ । ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ ଓ ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ । ପିଲାଙ୍କ ଆଚରଣରେ ଖୁସି ରହିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ, କ୍ଷାତି ବଢ଼ିବ । ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବା ଫଳରେ କାମଗୁଡ଼ିକ ସହଜରେ ହୋଇଯିବ । ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ଛାତ୍ର ଛାତ୍ରୀମାନେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!