ଦୈନିକ ରାଶିଫଳ: ୫ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୫ ଅଗଷ୍ଟ ୨୦୧୮

ମେଷ:-

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ଉପରିସ୍ଥ ଅଧିକାରୀଙ୍କ ଠାରୁ ଅପମାନିତ ହେବେ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ବାଧା, ଦାମ୍ପତ୍ୟ କଳହ, କେତେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ିବ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ମତାନ୍ତର ଦେଖାଦେଇ ପାରେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟହେବ। ପ୍ରତିକାର ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂତନ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

ମିଥୁନ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

<<Vastu>>> | <<< Jataka Bichara >>>

କର୍କଟ:-

ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ନିଜ ଲୋକ ମନମୋଟିଆ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ଭବିଷ୍ୟତରେ ମିଳିବାକୁ ଥିବା ସମସ୍ତ ସଫଳତାରେ ବାଧାସୃଷ୍ଟି ହୋଇପାରେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

ତୁଳା:-

କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ପତ୍ନୀଙ୍କ ସେବା ଓ ସହଯୋଗରେ ଆଗକୁ ବଢିପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଆହୁରି ପଢନ୍ତୁ: ସମସ୍ତ ଦୁଃଖ ଦୂର କରିପାରେ ଲୁଣର ଏହି ୫ଟି ଉପାୟ, ପରୀକ୍ଷା କରି ଦେଖନ୍ତୁ।

ଧନୁ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ନୂଆ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ଆକସ୍ମିକ ଦୁର୍ଘଟଣା, ଶଲ୍ୟ ଚିକିତ୍ସା ଓ ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବେ। ଦୁଃଖୀ ଲୋକଙ୍କୁ ସାହାରାହେବେ। ପ୍ରତିକାର ମୁଗଡାଲି ଧର୍ମସ୍ଥାନରେ ଦେବେ।

ମକର:-

ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ପ୍ରତିକାର ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!