ଦୈନିକ ରାଶିଫଳ: ୫ ଅଗଷ୍ଟ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୫ ତାରିଖ, ବୁଧବାର, କର୍କଟ ମାସ ୨୧ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୮ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ରୁ ୫ଟା ୨୫ମିନିଟ୍, ସନ୍ଧ୍ୟା ୭ଟା ୩ମିନିଟ୍ ରୁ ୧୦ଟା ୪୪ମିନିଟ୍। ପର୍ବଦିନ- ବୁଦ୍ଧି ବାମନ ଓଷା ପ୍ରଥମ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇ ପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରେମୀକ ପ୍ରେମିକାଙ୍କର ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ।  ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅସହାୟା ଲୋକଙ୍କୁ ସାହାରା ହେବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଆଶା ମୁତାବକ ଫଳ ପାଇବେ। ପରୋପକାର ବା ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ପାରିବାରିକ ଜୀବନରେ ସାମାନ୍ୟ ସୁଧାର ଆସିବ। ପରିବାର ତଥା କୁଟୁମ୍ବରେ କୌଣସି କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଭୋଗବିଳାସକୁ ତୁଛମଣି ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ସାମାଜିକ କ୍ଷେତ୍ରରେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇ ପାରେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ବ୍ୟବସାୟରେ ନୂତନ ଧାରା ଖୋଲି ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶୁଭ ସମାଚାର ଶୁଣି ସନ୍ତାନଙ୍କ ଚିନ୍ତା ଦୂର ହେବ। ବନ୍ଧୁମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବା ଫଳରେ କାମକାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଲୋକମାନେ ଆପଣଙ୍କ ସଚ୍ଚୋଟତା ଓ ସରଳତା ଭାବ ଦେଖି ଆନନ୍ଦିତ ହେବେ।ପାରିବାରିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବା ସହ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ଅନୁସନ୍ଧାନ, ଗବେଷଣା, ସମୀକ୍ଷା ଓ ଶୋଧନ କାର୍ଯ୍ୟପାଇଁ ସମୟ ଉପଯୁକ୍ତ ଅଟେ। କାରବାର ଓ ବ୍ୟାପାରରେ ଉନ୍ନତି ହୋଇ ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ସାମାଜିକ କାର୍ଯ୍ୟରେ ନିୟୋଜିତ ହେବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ କର୍ମ କ୍ଷେତ୍ରରେ ସୁଧାର ଆସି ମାନସିକ ଦୁଶ୍ଚିନ୍ତା ବା ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ରୋଜିରୋଜଗାରର ଉଚିତ୍ ପରିସର ମିଳିବ। ଅଧିକ ପରିଶ୍ରମ କରି କିଛି ଅର୍ଥ ଲାଭ କରିବେ, କିନ୍ତୁ ଅଯଥାରେ ଖର୍ଚ୍ଚକରି ବାକୁ ପଡିପାରେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହୋଇ ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ କରି ପାରିବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିଲେ ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଶାରିରୀକ ଅସୁସ୍ଥତା ଦୂରହେବ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇ ହସଖୁଶିର ବାତାବରଣ ସୃଷ୍ଟି ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବା ସହ ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ବ୍ୟାପାର ବା କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରେମପ୍ରସଙ୍ଗରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବା ସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ହସଖୁସିରେ ସମୟ ବ୍ୟତୀତ ହେବ।ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବ୍ୟବସାୟୀ ମାନଙ୍କର କଠିନ ପରିଶ୍ରମ ଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!