ସାପ୍ତାହିକ ରାଶିଫଳ: ୫ ଅଗଷ୍ଟ ରୁ ୧୧ ଅଗଷ୍ଟ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭ ର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନେ ସାମାନ୍ୟ ଲାଭବାନ୍ ହେବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ ଓ ଅଚାନକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅନେକ ସମସ୍ୟାର ସମାଧାନ କରି ପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ।  ତୀର୍ଥାଟନ କରି ଯାତ୍ରା କାଳରେ ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଠିକ୍ ରହିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ଗୃହୋପକରଣ କ୍ରୟ କରିବେ। ଚେଷ୍ଟା କଲେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ପ୍ରତିକାର- ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। କଠିନ ପରିଶ୍ରମ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବୁଧା ପାଇ ଖୁସି ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମନରେ ଅଶାନ୍ତି ଅସନ୍ତୋଷ ଦୂରହୋଇ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରୋଗରୁ ସାମାନ୍ୟ ଉପସମ ମିଳିବା ଯୋଗେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ପ୍ରତିକାର- ଗୋ ମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପୁରାତନ ରୋଗର ଉପଶମହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତିପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ।  ପ୍ରତିକାର-ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଚିକିତ୍ସକ, ରସାୟନଜ୍ଞ, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ କଳାକାରମାନେ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!