ଦୈନିକ ରାଶିଫଳ: ୫ ଡିସେମ୍ବର ୨୦୧୮। ଶ୍ରୀ ଗଣେଶଙ୍କ କୃପାରୁ ଆଜି ମିଳିବ କିଛି ଖୁସି ଖବର ଏହି ରାଶି ମାନଙ୍କୁ 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୫ ଡିସେମ୍ବର ୨୦୧୮। ଶ୍ରୀ ଗଣେଶଙ୍କ କୃପାରୁ ଆଜି ମିଳିବ କିଛି ଖୁସି ଖବର ଏହି ରାଶି ମାନଙ୍କୁ

ମେଷ:-

ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଉନ୍ନତି ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବା ସହସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସରକାରୀ କାର୍ଯ୍ୟରେ ସଫଳତା ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ରୁଟି ଗାଈକୁ ଖାଇବାକୁ ଦେବେ।

ମିଥୁନ:-

ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭହେବ। କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ। ପରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ସିଂହ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କସ୍ଥାପନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଫସଲ ଆମଦାନୀରେ ଖୁସୀ ହେବେ। କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ରାଜନୀତିରେ ସୁନାମ ଅର୍ଜନ କରିବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟରେ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସିଲ କରିପାରିବେ। ପରିବାରରେ ସୁଖ-ଶାନ୍ତି ଆସିବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ରାଜନୀତିରେ ସମାଜ ସେବା ଦ୍ଵାରା ସ୍ଵନାମ ଅର୍ଜନ କରିପାରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ମକର:-

ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ମହିଳାମାନେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କୁମ୍ଭ:-

ସନ୍ତାନ କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!