ଦୈନିକ ରାଶିଫଳ: ୫ ଡିସେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ବିଦେଶ ଯାତ୍ରାରେ ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ। ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକସ୍ଥିତି ସୁଧୁରିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ,  ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଦୁଃଖୀ ଲୋକଙ୍କୁ ସାହାରା ଓ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ।  ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ମହିଳାମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ। କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।  

ମକର:-

କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ। ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ। ବ୍ୟବସାୟରେ  ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ। ଆୟ ବ୍ୟୟ ସମାନ ରହିବ। ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଜୁଆ ଓ ଲଟେରୀ ଖେଳରୁ ନିବୃତ ରୁହନ୍ତୁ। ଶରୀରପୀଡ଼ା କଷ୍ଟକର ହେବ। ପ୍ରତିକାର- ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!