ଦୈନିକ ରାଶିଫଳ: ୫ ଫ୍ରେବୃୟାରୀ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତିହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ସିଂହ:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ବୈଜ୍ଞାନିକ ଓ ଚିକିତ୍ସକ ମାନେ ବିଶେଷ ଲାଭବାନ୍ ହେବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- 

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରରେ ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।  ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ଧନୁ:-

ଶତୃମାନେ ଦୂରେଇ ଯିବେ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ।  କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ।  ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କୁମ୍ଭ:-

ସରକାରୀ କାମରେ ସଫଳତା ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!