ଦୈନିକ ରାଶିଫଳ: 05 ଫେବୃୟାରୀ ୨୦୨୧, ମା ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୫ତାରିଖ, ଶୁକ୍ରବାର, ମକରମାସ ୨୩ଦିନ, ମାଘମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର, ଦିବା ୧୨ଟା ୪୭ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ନଡିଆ, ଆମିଷ ନ ଖାଇଲେ ଭଲ, ଦିବା ୧୦ଟା ୭ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୫ମିନିଟ୍ ରୁ ୭ଟା ୮ମିନିଟ୍, ସକାଳ ୭ଟା ୫୪ମିନିଟ୍ ରୁ ୯ଟା ୧୧ମିନିଟ୍, ଦିବା ୧୨ଟା ୨୪ମିନିଟ୍ ରୁ ୨ଟା ୩୬ମିନିଟ୍, ଦିବା ୪ଟା ୮ମିନିଟ୍ ରୁ ୫ଟା ୩୬ମିନିଟ୍, ସନ୍ଧ୍ୟା ୭ଟା ୨୦ମିନିଟ୍ ରୁ ରାତ୍ର ୮ଟା ୪୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବୃଷ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି । ରାଜକୀୟ ମାମଲାରେ ସଫଳତା ମିଳିବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କର୍ମରେ ଉନ୍ନତି ସହିତ ସହକର୍ମୀମାନେ କାମର ପ୍ରଶଂସା କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କନ୍ୟା:-

ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । କିନ୍ତୁ କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦେଖା ଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣକରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ପୁରାତନ ରୋଗର ଉପଶମ ହୋଇଯିବ । ମନର ଅଶାନ୍ତି ଅସନ୍ତୋଷ ଦୂରହେବ । ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଓ ଆତ୍ମବିଶ୍ୱାସ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଠିକ୍ ରହିବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!