ଦୈନିକ ରାଶିଫଳ: ୫ ଜୁନ୍ ୨୦୨୦, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ତାରିଖ, ଶୁକ୍ରବାର, ବୃଷ ମାସ ୨୩ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ଆମିଷ, ତୈଳ ନ ଖାଇଲେ ଭଲ। ଶୁଭସମୟ ସକାଳ ୬ଟା ୪ମିନିଟ୍ ରୁ ୬ଟା ୫୪ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୨ଟା ୪୮ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ରାତ୍ର ୮ଟା ୨୮ମିନିଟ୍। ପର୍ବଦିନ ଦେବସ୍ନାନ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ସ୍ନାନ ଯାତ୍ରା ଓ ଗଜାନନ ବେଶ, ମହାପୁରୁଷ ଅଚ୍ୟୁତା ନନ୍ଦଙ୍କ ଶ୍ରାଦ୍ଧ ଦିବସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଧାର୍ମିକ କାର୍ଯ୍ୟରେ  ରୁଚି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ  ସଫଳ ହେବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ବ୍ୟବସାୟରେ କଠିନ ପରିଶ୍ରମ କରିଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ମୁଣ୍ଡ ଉଚ୍ଚା ରହିବ। କୃଷିଜୀବିମାନେ ଅଳ୍ପରେ  ସନ୍ତୁଷ୍ଟ ହେବେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ବ୍ୟବସାୟରେ ବୃଦ୍ଧି, ଉତ୍ତମ ରୋଜଗାର, ନୂତନ ବ୍ୟବସାୟର ଶୁଭାରମ୍ଭ କରି ପାରିବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବକେୟା ଅର୍ଥ ପ୍ରାପ୍ତି ହେବା ସହ ଆର୍ଥିକ ବୃଦ୍ଧି ହେବ। ମାଆ ବାପାଙ୍କ ସହ ସମ୍ପର୍କ ଭଲ ରହିବ। ଶତ୍ରୁ, ରୋଗ, ଋଣ ନାଶ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ସୁଖସମୃଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ସଫଳତା ପାଇବା ସହ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସମ୍ମାନ ଅତୁଟ ରହିବ।ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭହେବ। କର୍ମଚାରୀଙ୍କର  ଅତ୍ୟଧିକ କାର୍ଯ୍ୟଚାପ  ହେତୁ ଆର୍ଥିକ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କୃଷିଜୀବିମାନଙ୍କର କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ ଭଲ ରହିବା ଫଳରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ପାଇବା ସହ ସଫଳତା ଅର୍ଜନର ସୁଯୋଗ ପାଇବେ। ପିତା ମାତାଙ୍କଠାରୁ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟୟ ତୁଳନାରେ ଆୟ  ଅଧିକ ହେବ। ବିିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଅବିବାହିତ ଯୁବକ ଓ ଯୁବତୀଙ୍କର ବିବାହ ଧାର୍ଯ୍ୟ ହେବ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ଛାତ୍ର ଛାତ୍ରୀମାନେ ହସ ଖୁସିରେ ସମୟ କଟାଇଲେ ମଧ୍ୟ ଉଚ୍ଚ ଶିକ୍ଷା ଲାଭର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବା ଫଳରେ ମାନସିକ ଶାନ୍ତି ମିଳିବ। ନୂତନକର୍ମ ନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଦୂରଯାତ୍ରା କଲେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମଚାରୀଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ସୁ-ସମ୍ପର୍କ ସ୍ଥାପନ ହେବା ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।ଅବିବାହିତ ଯୁବକ ଓ ଯୁବତୀଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ।  ବ୍ୟବସାୟ ବୃଦ୍ଧି ହୋଇ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି  ସୁଧୁରିଯିବା ଦ୍ଵାରା ଋଣ ଭାରରୁ ମୁକ୍ତି ପାଇବେ। ବକେୟା ଅର୍ଥ କିଛି ପ୍ରାପ୍ତି ହେବା ଫଳରେ ନୂତନକାର୍ଯ୍ୟ କରିବାର ସୁଯୋଗ ପାଇବେ। ଚାକିରୀ କରିଥିବା ବ୍ୟକ୍ତିମାନେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଘା କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ପାରେ। ଆଶା କରିଥିବା ଟଙ୍କା ମିଳିଯିବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ  ସଫଳତା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଘା ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପାରିବାରିକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କ ଠାରୁ ବିଶେଷ ଲାଭ ମିଳିବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟର ସହ ସମ୍ପାଦନ କରିପାରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରିବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ଅସତ୍ୟଠାରୁ ଦୂରେଇ ରୁହନ୍ତୁ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇ ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ଉପରିସ୍ଥ କର୍ମୀ ମାନେ ସନ୍ତୁଷ୍ଟ ରହିବେ।ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ ଓ ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ବ୍ୟବସାୟରେ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦମାରେ ବିଜୟୀ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ପ୍ରତ୍ୟେକ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କମ୍‌ ପରିଶ୍ରମ କରି ଅଧିକ ଲାଭ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଘା କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତି ପାରେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ପତିପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ସାମାନ୍ୟ ଲାଭବାନ୍ ହେବେ। ଳାଭ, କ୍ଷତି ବିଷୟରେ ଅଧିକ ଧ୍ୟାନ ଦେବା ଉଚିତ୍‌। ଅହଂକାର ଓ ମନାନ୍ତର ଠାରୁ ଦୁରେଇ ରୁହନ୍ତୁ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!