ଦୈନିକ ରାଶିଫଳ: ୫ ମାର୍ଚ୍ଚ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିକୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୫ ମାର୍ଚ୍ଚ ୨୦୧୯

ମେଷ:–

ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ  ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ।

ମିଥୁନ:–

ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:–

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ସିଂହ:–

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପାଇବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର:- ଦିବ୍ୟଙ୍ଗଙ୍କୁ ଲଡୁ ଖାଇବାକୁ  ଦିଅନ୍ତୁ।

କନ୍ୟା:–

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସୁଖ ଶାନ୍ତିରେ ଦିନଟି କାଟିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:–

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତିହେବ। ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଛା:–

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।  

ଧନୁ:–

ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:–

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ରାଜନୀତିରେ କୃତକାର୍ଯ୍ୟ ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର:- ଗାଈକୁ ପନିପରିବା ଖାଇବାକୁ ଦେବେ।

କୂମ୍ଭ:–

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।  

ମୀନ:–

ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!