ଦୈନିକ ରାଶିଫଳ: ୦୫ ମାର୍ଚ୍ଚ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ  ମାସ ୫ତାରିଖ, ଗୁରୁବାର, କୁମ୍ଭ ମାସ ୨୨ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଦଶମୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର।  କଳମଶାଗ ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୬ଟା ୭ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧୦ଟା ୪୯ମିନିଟ୍ ରୁ ୧ଟା ୭ମିନିଟ୍। ପର୍ବଦିନ ସୁଦଶା ବ୍ରତ, ଫଗୁଦଶମୀ, ପଞ୍ଚାୟତରାଜ ଦିବସ, ବିଜୁ ପଟ୍ଟନାୟକ ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବା ସହ ବହୁବିଧ ଲାଭ ମିଳିବ। ପରିବାରରେ ସୁଖ ଶାନ୍ତିର ବାତାବରଣ ଜାରି ରହିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଛାତ୍ରଛାତ୍ରୀମାନଙ୍କର ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହୋଇ ଆର୍ଥିକ ଚିନ୍ତା ଦୁରହେବ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ। ପରୀକ୍ଷା ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ଠିକ୍ ରହି ନପାରେ। କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଶତୃମାନେ ମଥାନତ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବ୍ୟବସାୟରେ ଉନ୍ନତି ହେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ।ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି।  ମାନସିକ ଚିନ୍ତା ଦୂର ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କଳକାରଖାନା, ଶିଳ୍ପ ପ୍ରଭୃତିର ମାଲିକମାନେ ଓ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନୂଆ ସୁଯୋଗ ମିଳିବା ହେତୁ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ।  ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସାର୍ବଜନୀନ ସମ୍ପର୍କରେ ବ୍ୟକ୍ତିତ୍ଵର ବିକଶିତ ହୋଇ ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ କଠିନ ପରିଶ୍ରମ କଲେ ଆର୍ଥିକ ସ୍ଥିତି ମନ୍ଦ ହେବ ନାହିଁ। ଛାତ୍ର ଛାତ୍ରୀମାନେ ବିଦ୍ୟା ଓ ଖେଳରେ ପ୍ରଶଂସା ପାଇବେ। ମାଲିମକଦ୍ଦମା, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ।  ଶ୍ରମିକ ଓ କର୍ମଚାରୀମାନଙ୍କର ମଉଜ ମସ୍ତିରେ ସମୟ କଟିପାରେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବାରେ ସଫଳ ହେବେ।  ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!