ଦୈନିକ ରାଶିଫଳ: ୫ ନଭେମ୍ବର ୨୦୧୮। ଭୋଳା ବାବାଙ୍କ କୃପାରୁ ଭାଗ୍ୟଶାଳୀ ରହିବେ ଏହି ୪ଟି ରାଶିର ବ୍ୟକ୍ତି, ଧନ ପ୍ରାପ୍ତି ଯୋଗ ରହିଛି। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୫ ନଭେମ୍ବର ୨୦୧୮। ଭୋଳା ବାବାଙ୍କ କୃପାରୁ ଭାଗ୍ୟଶାଳୀ ରହିବେ ଏହି ୪ଟି ରାଶିର ବ୍ୟକ୍ତି, ଧନ ପ୍ରାପ୍ତି ଯୋଗ ରହିଛି।

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  କର୍କଟ:- ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

ସିଂହ:-

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ସାମାଜିକ ଉତ୍ସବରେ ଯୋଗ ଦେବେ। ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର- ପାରାଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଲାଗି ରହିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମହିଳାମାନଙ୍କର ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!