ଦୈନିକ ରାଶିଫଳ: ୫ ଅକ୍ଟୋବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ନୂତନ ଜ୍ଞାନର ବୃଦ୍ଧି ହେବ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର-ଅସହାୟଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ମିଥୁନ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ମହିଳା ମାନଙ୍କର ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପୁରୁଣା ନିବେଶ ଲାଭ ଦେବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଚାକିରୀ ହେବାର ସୂଚନା ମିଳିବ। ବ୍ୟବସାୟରେ ଆଶାତୀତ ଲାଭହେବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ।ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

ମୀନ:-

ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ। ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!