ଦୈନିକ ରାଶିଫଳ: 5 ଅକ୍ଟୋବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୫ ତାରିଖ, ସୋମବାର, କନ୍ୟା ମାସ ୨୦ଦିନ, ମଳ ଆଶ୍ଵିନ ମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ଦ୍ଵିଜା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମେଷରାଶିର ଘାତଚନ୍ଦ୍ର। ପୋଟଳ ଓ ମୂଳା ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୧୧ମିନିଟ୍, ରାତ୍ର ୭ଟା ୫୫ମିନିଟ୍ ରୁ ୧୦ଟା ୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ପ୍ରିୟଜନଙ୍କସହ ମିଳନ ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଉତ୍ତରଦାୟିତ୍ୱ ବଢ଼ିବ। ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ। ରାଜନୀତିରେ ସଫଳତା ମିଳିବ। ସାମ୍ବାଦିକତା,  ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ।  ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି।  ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହୋଇପାରେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ।   ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!