ଦୈନିକ ରାଶିଫଳ: ୫ ସେପ୍ଟେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଅଚାନକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ। କଳା, ସାହିତ୍ୟ ଓ ସମ୍ବାଦିକତାରେ ପ୍ରଶଂସିତ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ। ବିଦ୍ୟା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ସମ୍ୟକ ବୁଦ୍ଧି ଜାଗ୍ରତ ଓ ଇଛାଶକ୍ତି ପ୍ରବଳ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହେବେ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ ନକରିବା ଉଚିତ୍।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।    

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପରିବହନ ବ୍ୟବସାୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ଆର୍ଥିକସ୍ଥିତି ସୁଦୃଢ ହେବା ଫଳରେ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। ପାରିବାରିକ ପରିସ୍ଥିତି ବଦଳିଯିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁଙ୍କ ଆଗମନ ହେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ।  ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି।  ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବ୍ୟବସାୟୀମାନଙ୍କର ଭଲ ଲାଭ ହେବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକରି ପାରିବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବିଦ୍ୟାରେ କ୍ଷେତ୍ରରେ ମନ ଲାଗିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବାଣିଜ୍ୟ ବ୍ୟବସାୟ ଓ ଅନ୍ୟ କାର୍ଯ୍ୟ ଗୁଡିକରେ ଲାଭଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇ ମାନସିକ ସ୍ଥିତି ଭଲ ରହିବ। କୌଣସି ଧାର୍ମିକସ୍ଥାନରେ କିଛି ଅର୍ଥ ବ୍ୟୟ କରି ପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।     

ମୀନ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ। କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଉତ୍ସୁକ ହେବ। କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ଆର୍ଥିକ ସାହାଯ୍ୟ ପାଇବା ଦ୍ଵାରା ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!