ମାର୍ଚ୍ଚ 07 ତାରିଖ ରୁ ମାର୍ଚ୍ଚ 13 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଉତ୍ତମ ରୋଜଗାର ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ତ ସମସ୍ୟାର ସମାଧାନ କରି ପାରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ଓ ଯାନବାହାନର ନବୀକରଣ କରିବା ପାଇଁ ସୁଯୋଗ ପାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସୂଚନା ପାଇବେ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପାରିବାରିକ ଜୀବନରେ ଅଶାନ୍ତି ଅଶୋନ୍ତୋଷ ଦୂର ହୋଇ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇ ପାରନ୍ତି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ପରିବାରରେ ସାଧାରଣ ବାତାବରଣ ଜାରିରହିବ । ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି କରି ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପାରିବାରିକ ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ବିଶେଷ ଲାଭବାନ ହେବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି । ଶତୃ ପରାଜିତ ହେବା ଫଳରେ ଉତ୍ତମ ରୋଜଗାର ମିଳିବ ଓ ନୂତନ ଯୋଜନାରେ ସଫଳତା ମିଳିବ । ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ କର୍ମ ନିଯୁକ୍ତି ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଆସନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ନିଜ ପରିଶ୍ରମରୁ ଲାଭ ମିଳିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସହ ଯୋଗୀଙ୍କ ସାହାଯ୍ୟ ପାଇ ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନ ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷାର୍ଥୀମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପାରିବାରିକ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ଉତ୍ତମ ଯୋଜନା ବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । କର୍ମକ୍ଷେତ୍ରରେ ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ପାଇବା ଫଳରେ ଆତ୍ମ ସନ୍ତୋଷ ବଢ଼େଇବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶାରୀରିକ ଅସୁସ୍ଥତା ଦୂର ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!