ଦୈନିକ ରାଶିଫଳ: 06 ଏପ୍ରିଲ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲ ମାସ ୬ତାରିଖ, ମଙ୍ଗଳବାର, ମୀନମାସ ୨୪ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଦଶମୀତିଥି, ଶ୍ରବଣାନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୪୫ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ୧ଟା ୨୦ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୧୧ଟା ୨୫ମିନିଟ୍ । ପର୍ବଦିନ- ଚୈତ୍ର ମଙ୍ଗଳବାର ଓଷା ଦ୍ଵିତୀୟ ପାଳି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟବସାୟୀ ମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ଘରର ଗୁରୁଜନ ବା ମାଆବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । ରାଜନୈତିକ କ୍ଷେତ୍ରରେ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ ଓ ବିରୋଧୀମାନେ ଦୂରେଇଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କରଜ ଭାରରୁ ମୁକ୍ତି ମିଳିବ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ଦିନଚର୍ଯ୍ୟା ସୁଖଦାୟକ ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଅଟକିଥିବା ଧନଲାଭ ହେବ । ବିଦ୍ୟା ଓ ଖେଳରେ ସଫଳ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଗୃହରୁ ସୁଖମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ସାମାଜିକ ଉତ୍ସବରେ ଭାଗ ନେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ଲଟେରୀ ଓ ଜୁଆ ଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତି ସହିବେ । ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ । ରାଜନୀତିରେ ସମସ୍ୟା ଦୂର ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ । ଆମୋଦ ପ୍ରମୋଦର ସୁଯୋଗ ପାଇବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । ଖେଳରେ ପ୍ରଶଂସା ମିଳିବ । ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!