ଦୈନିକ ରାଶିଫଳ: ୬ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଅଗଷ୍ଟ ୨୦୧୮

ମେଷ:-

କର୍ମ କ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ମଉଜ-ମସ୍ତିରେ ସମୟ କଟିପାରେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ। ମୁଣ୍ଡ ବିନ୍ଧା, ହାତ ଗୋଡ ଓ ଅଣ୍ଟାରେ ଯନ୍ତ୍ରଣା ଅନୁଭବ କରିବେ। ପ୍ରେମ ରୋମାନ୍ସରେ ତିକ୍ତତା ସୃଷ୍ଟି ହେବ। ପ୍ରତିକାର ମସୁରଡାଲି ଧର୍ମସ୍ଥାନରେ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର:- ବୃଦ୍ଧାଙ୍କର ସେବାକରନ୍ତୁ ଓ ଖାଇବାକୁ ଦିଅନ୍ତୁ।

ମିଥୁନ:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମଚାରୀଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ।  ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

<<Vastu>>> | <<< Jataka Bichara >>>

କର୍କଟ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ମହିଳାମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

କନ୍ୟା:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର ବୁଟଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ରୋଗ ଓ ଋଣର ଶିକାର ହେବେ।  ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବିଛା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଆହୁରି ପଢନ୍ତୁ: ଏହି ତିନୋଟି ରାଶି ହେଉଛି ଦୁନିଆର ସବୁଠୁ ଶକ୍ତିଶାଳୀ ରାଶି।

ଧନୁ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ପ୍ରତିକାର ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାର ଆରାଧ୍ୟାଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପାଠପଢ଼ାରେ ମନଯୋଗ ଦେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!