ଦୈନିକ ରାଶିଫଳ: ୬ ଅଗଷ୍ଟ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାର ରେ ନିଜରପଦ ଗରିମା ବଜାୟ ରହିବ। କୃଷିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ପ୍ରତିଯୋଗିତାପରୀକ୍ଷା ଓ ମାଲି ମୋକଦ୍ଦମାରେ ସଫଳତା ମିଳିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ।  ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ପରିବହନ ଓ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସାବଧାନତା ଅବଲମ୍ବନ କରି ବନ୍ଧୁଙ୍କ ସାହାଯ୍ୟରେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଆକସ୍ମିକ ଧନ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରର ସୁଖଶାନ୍ତି ଫେରି ଆସିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଆୟ ଉତ୍ତମ ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। କେତେ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟ ରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।  

କନ୍ୟା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ କୌଣସି ଆୟୋଜନ କରେଇବେ ଓ ମାନ-ପ୍ରତିଷ୍ଠା ବଢିବ। ଧର୍ମ-କର୍ମରେ ରୁଚି ରହିବ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମଉଜ-ମସ୍ତିରେ ସମୟ କଟିପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନୂଆ ନିଯୁକ୍ତିର ସୁଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଅଟେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ଧୀରେ ଧୀରେ ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ।  ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ସମ୍ବନ୍ଧରେ ପ୍ରଗାଢତା ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ସହିତ ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!