ଦୈନିକ ରାଶିଫଳ: ୬ ଅଗଷ୍ଟ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୬ ତାରିଖ, ଗୁରୁବାର, କର୍କଟ ମାସ ୨୨ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୮ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ ସମ୍ମାନ ମିଳିବ। ବ୍ୟବସାୟରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଶତୃଙ୍କ ସହିତ ମୁକାବିଲା କରି ବହୁତ ପଇସା ଇନକମ୍ କରି ପାରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ଶତୃମାନଙ୍କ ସହ ମିତ୍ରତା ଭାବ ସ୍ଥାପନ କରିବା ପାଇଁ ପ୍ରୟାସରତ ରହିବେ। ସତର୍କତା ଅବଲମ୍ବନ ନକଲେ ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ଅଧିକ ଲାଭ କରିବେ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆର୍ଥିକସ୍ଥିତି ସୁଦୃଢ ହେବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ଆନନ୍ଦ ମିଳିବ। ପାରିବାରିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢି ବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ କରି ପାରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ଆମୋଦ ପ୍ରମୋଦ କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ଆୟଉପାର୍ଜନ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ କାମରେ ବିକାସ ହେବା ସହ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି। ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରେମୀକ ପ୍ରେମିକାଙ୍କ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ମାନସିକଶାନ୍ତି ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ବିଦ୍ୟାର୍ଥୀମାନେ ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ଉତ୍ସାହିତ ହେବେ। ସତର୍କ ନହେଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ। କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରି ପାରିବେ। ବନ୍ଧୁଙ୍କଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ନୂତନ ଦ୍ରବ୍ୟ କ୍ରୟ କରି ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!