ଦୈନିକ ରାଶିଫଳ: ୬ ଡିସେମ୍ବର ୨୦୧୮। ମା ଲକ୍ଷ୍ମୀଙ୍କ କୃପା ସମସ୍ତ ରାଶିର ଖୋଲିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଡିସେମ୍ବର ୨୦୧୮। ମା ଲକ୍ଷ୍ମୀଙ୍କ କୃପା ସମସ୍ତ ରାଶିର ଖୋଲିବ ଭାଗ୍ୟ

ମେଷ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ ଓ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦ, ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ରାଜନୀତିରେ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ଭୁଲ ବୁଝାମଣା ଯୋଗୁ ପରିବାରରେ ଦ୍ଵନ୍ଦ ଦେଖାଦେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଧନ ସମ୍ପତିରେ ଘର ହସି ଉଠିବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଛା:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଓ ଦ୍ଵନ୍ଦ ଦୂରେଇଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସୁଖ- ଶାନ୍ତି  ବିରାଜ ମାନ କରିବ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

ମକର:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ପାରିବାରିକ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ମହିଳା ମାନଙ୍କର ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ଶତୃମାନେ ମଥାନତ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।  

ମୀନ:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!