ଦୈନିକ ରାଶିଫଳ: ୬ ଡିସେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆର୍ଥିକ ସମସ୍ୟା ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ସମାଧାନ ହୋଇ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଆନନ୍ଦ ପାଇବେ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସ୍ଥଗିତଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ଦୂର ଯାତ୍ରାରେ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକଦିଗରୁ ସୁବିଧା ଫଳରେ କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଦ୍ରବ୍ୟାଦି ଲାଭ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ। ଯୁବକ ଯୁବତୀମାନେ ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ରାଜନେତାମାନେ ଉତ୍ସାହିତ ହେବେ। ପ୍ରତିକାର- ଅସହାୟଙ୍କର ସେବା କରନ୍ତୁ।

ବିଚ୍ଛା:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ  ଅଧିକାରୀ ଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରି ପାରନ୍ତି। ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତି ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନେଇ ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ୱାସୀ ମନେ କରିବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମୀନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆର୍ଥିକ ସ୍ଥିତି ସୁଧୁରିଯିବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳା ମାନଙ୍କର ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!