ଦୈନିକ ରାଶିଫଳ: ୬ ଫେବୃୟାରୀ ୨୦୧୯, ଆଜି ଗଣେଶଙ୍କ କୃପାରୁ ଏହି ରାଶିର ଇଛା ହେବ ପୂର୍ଣ୍ଣ, ମିଳିବ ସବୁ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଫେବୃୟାରୀ ୨୦୧୯

ମେଷ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମା ରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଆଗ୍ରହ ବଢିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ମହିଳାମାନେ ନ୍ୟାୟମାର୍ଗ ଓ ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କର୍କଟ:-

କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆଗ୍ରହ ବଢିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମହିଳାମାନଙ୍କର ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ପାରିବେ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାଲିମୋକଦ୍ଦମା ରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।    

ତୁଳା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ବିଛା:-

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ ହସ ଖୁସିରେ ଚଳିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ପଦୋନ୍ନତିର ସମ୍ଭାବନା ରହିଛି। ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ନୂଆ ଚାକିରୀରେ ଯୋଗ ଦେଇପାରନ୍ତି। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କ୍ରିଡା, ମନୋରଞ୍ଜନ ଓ ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!