ଦୈନିକ ରାଶିଫଳ: ୬ ଫ୍ରେବୃୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆର୍ଥିକ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- 

ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- 

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ।  ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି ପାଇବା ସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କର୍କଟ:-

ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଶମାନ ବୃଦ୍ଧିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। ଘାତ

ତୁଳା:-

ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ବିଚ୍ଛା:- 

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- 

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ।ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:- 

ସ୍ୱାସ୍ଥ୍ୟରେ ସୁଧାର ଆସିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଯାଇଥିବା କର୍ମ ସଜାଡି ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ।  ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ।  ନୂତନ ବସ୍ତୁ କ୍ରୟ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ସୁରକ୍ଷିତ ଅନୁଭବ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।  ଘାତ

ମୀନ:- 

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!