ମାନସିକ ଏକାଗ୍ରତା ବଜାୟ ରହିବ! ଆଜି କେମିତି ରହିବ ଆପଣଙ୍କ ଦିନ : ୬ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଜାନୁୟାରୀ ୨୦୧୮

ମେଷ-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ-

ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତି ପ୍ରାପ୍ତି, ପାରିବାରିକ ଦ୍ଵନ୍ଦ ସମାଧାନ, ମାନସିକ ଏକାଗ୍ରତା ବଜାୟ ରହିବ। ଚିତ୍ତପ୍ରସନ୍ନ ରହି କାର୍ଯ୍ୟ ସିଦ୍ଧି ହେବ।  

କର୍କଟ-

ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅର୍ଥ ସଙ୍କଟ ଦେଖାଦେବ। କୁଟୁମ୍ବରେ ସମସ୍ୟା ଦୂର କରିପାରିବେ।   

ସିଂହ-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ବିଦେଶ ଯାତ୍ରାରେ ଲାଭ ପାଇବେ। ମହିଳାମାନେ ପତୀବ୍ରତା ଓ ବନ୍ଧୁମାନଙ୍କ ହିତୈଷିଣୀ ହେବେ । ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

କନ୍ୟା-

କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ  ପ୍ରକାଶ ପାଇବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା-

କର୍ମରେ ଅସନ୍ତୋଷ ସୃଷ୍ଟି ହେବ। ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିପାରେ। ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ପଶୁ ସମ୍ପଦ, ଧନ ସମ୍ପତିରେ ଘର ହସି ଉଠିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

ଧନୁ-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର-

ବିଚାର ବିଭାଗ ରାୟ ବିପକ୍ଷରେ ଯିବ। ସରକାରୀ ଚାପ ପଡିବ ରାଜନୀତିରେ ବିଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବଶାରୀରିକ ପୀଡା, ମନରେ ଦୁଶ୍ଚିନ୍ତା ଓ ବନ୍ଧନ ଭୟ ରହିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।  

କୁମ୍ଭ-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ଓ ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ। 

ମୀନ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ।ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!