ଦୈନିକ ରାଶିଫଳ: ୬ ଜାନୁୟାରୀ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଏହି ସବୁ ରାଶିର ବଦଳିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଜାନୁୟାରୀ ୨୦୧୯

ମେଷ:

ବ୍ୟବସାୟରେ ପ୍ରସାର ପ୍ରଚାର କରିବାକୁ ମନ ବଳାଇଲେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ପିତା ମାତାଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। କେତେକ ସ୍ଥଳରେ ବିବାଦୀୟ ପରିସ୍ଥିତିକୁ ସମାଧାନ କରି ସମ୍ମାନ ଓ ପ୍ରଶଂସା ପାଇବେ। ବ୍ୟବସାୟରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ମହିଳାମାନେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦ୍ଵାରା ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ:

ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ ଘରୋଇ ସମସ୍ୟା ସମାଧାନ କରି ଜୟଯୁକ୍ତ ଓ ସମ୍ମାନିତ ହେବେ। କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ। ମହିଳାମାନଙ୍କର ଅଚାନକ ଧନ ପ୍ରାପ୍ତି ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:

ରାଜନୀତି କ୍ଷେତ୍ରରେ ପଦୋନ୍ନତି ପାଇବାର ସମ୍ଭାବନା ଅଛି। ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହୋଇ ସମ୍ମାନିତା ହେବେ। ବ୍ୟବସାୟରେ  ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। କୃଷିକର୍ମରେ ପରିଶ୍ରମ ଫଳର ଆଶାନୁରୂପ ଲାଭ ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:

ସ୍ୱର୍ଣ୍ଣାଦି ଧାତୁଦ୍ରବ୍ୟ, ରେଡିମେଡ, କପଡା, ଲୁଗା, ଚାଆପାନ, ସାଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ମହିଳାମାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେସ୍ଵନାମ ଅର୍ଜନ କରିପାରିବେ। ରାଜନୀତି କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସହକର୍ମୀଙ୍କ ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:–

ଯୁବକ ଯୁବତୀମାନଙ୍କର ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:–

ବ୍ୟବସାୟୀକ ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ବିଛା:–

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯୁବକ ଯୁବତୀମାନଙ୍କର ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:–

ବିକ୍ରମଶାଳୀ ହେଲେ ମଧ୍ୟ କେତେକ କାର୍ଯ୍ୟରେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ଓ ସନ୍ତୋଷ ଜନକ ହେବ। ବାଦ-ବିବାଦ, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। ପ୍ରତିକାର-ଛୋଟପିଲାକୁ ଚକୋଲେଟ୍‌ ଦିଅନ୍ତୁ ।

ମକର:–

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ମହିଳାମାମାନେ ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:–

ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ। ଧନଲାଭ କରିବାର ଆଶା ଦେଖାଯାଏ। ପରିବାରରେ ମାନ ମନାନ୍ତର ଦୂର ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ମହିଳାମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ସାକ୍ଷାତକାରରେ ଜୟଲାଭ ଓ  ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ଓ ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ

ମୀନ:–

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁସମ୍ପଦ ପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!