ଦୈନିକ ରାଶିଫଳ: ୬ ଜାନୁୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

କର୍କଟ:-

ନୂଆ ଯୋଜନାରେ ସଫଳ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ। ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟ ଠିକ୍ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। ନୂତନ ବସ୍ତୁ କ୍ରୟ କରିପାରିବେ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ଧନୁ:- 

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମାଲି ମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!