ଆଜି କେମିତି ରହିବ ଆପଣଙ୍କ ଦିନ : ୬ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ଜୁଲାଇ ୨୦୧୮

ମେଷ:

ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବିଦ୍ୟାରେ ଉନ୍ନତି ହେବ। ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚିନ୍ତା ଭାବନା ଦୂର ହୋଇଯିବ। ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ପ୍ରତିକାର ଅସହାୟକୁ ନିରାଶ କରିବେ ନାହିଁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

କର୍କଟ:

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପ୍ରତିକାର:- ଗୋମାତାକୁ କିଛିଖାଦ୍ୟ ଦେବା ଆବଶ୍ୟକ।

ସିଂହ:

ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ଆସିବ। ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି। ପ୍ରତିକାର: ଗୋଟାମୁଗ କିଛି ମନ୍ଦିରରେ ଦାନ କରନ୍ତୁ।

କନ୍ୟା:

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ବ୍ୟବସାୟରେ ପ୍ରସାର, ନୂତନ ବ୍ୟବସାୟ ଆରମ୍ଭ, କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ନୂତନ କର୍ମ ପ୍ରାପ୍ତି। ବିଦ୍ୟାରେ ଉନ୍ନତି। ପ୍ରତିକାର:- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

ବିଛା:

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତିକାରବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ଧନୁ:

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର:-ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:

ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରିବେ। କୌଣସି ଗୁପ୍ତ ଯୋଜନା ବା ଷଡ଼ଯନ୍ତ୍ରର ଶୀକାର ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପୁରୁଣା ରୋଗ ନୂଆ ରୂପରେ ଦେଖାଦେବ। ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!