ଦୈନିକ ରାଶିଫଳ: ୬ ଜୁଲାଇ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କିଛି ନୂତନ କର୍ମ ଆରମ୍ଭ କଲେ ପ୍ରିୟ ଲୋକମାନଙ୍କ ସହିତ ସମ୍ପର୍କ ସ୍ଥାପନ ହେବ ଓ ସାହାଯ୍ୟ ସହଯୋଗ ମିଳିବ। ଅଧିକ ପରିଶ୍ରମ କରି ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଆବଶ୍ୟକ ଅର୍ଥ ଲାଭ ହେବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ନୂଆ ନିଯୁକ୍ତି ପ୍ରାପ୍ତି ହେବାର ସମ୍ଭାବନା ଅଛି । ବନ୍ଧୁଙ୍କ ଆଗମନ ହେବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଯାତ୍ରାରେ ସଫଳ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପାରିବାରିକ ପତିଆରା ଭଲ ରହିବ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ।   ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ରବ୍ୟକ୍ତି ଭାବେ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ଉନ୍ନତି କରିବା ପାଇଁ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃ ମାନେ ଦୂରେଇ ଯିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପିଲା ମାନଙ୍କ ପାଠପଢା ନେଇ ଚିନ୍ତା ଦୂରେଇ ଯିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ।  ସନ୍ତାନ ଓ ପରିବାରରେ ସମୟ ବିତେଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପିଲାମାନଙ୍କ ପାଠପଢା ନେଇ ମନ ଆନନ୍ଦିତ ହେବ। ପ୍ରେମପ୍ରସଙ୍ଗରେ କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମନରେ ଭୟଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶୁଭକାମ କରି ପ୍ରଶଂସିତ ହେବେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବିଦ୍ୟାର୍ଥୀମାନେ ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ। ମନ ଓ ଶରୀର ଭଲ ରହିବ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ସଫଳ ହେବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!