ସାପ୍ତାହିକ ରାଶିଫଳ: ଜୁଲାଇ ୬ ତାରିଖ ରୁ ଜୁଲାଇ ୧୨, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ ଓ ନୂତନ ବ୍ୟବସାୟର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ମାନସିକ ଏକାଗ୍ରତା ବଜାୟ ରହିବ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରି ପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଘରୋଇ କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଗୁରୁଜନ ସନ୍ତୁଷ୍ଟ ରହିବେ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭପାଇବେ। ସେୟାର ବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ଚାକିରୀଜୀବିମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ। ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଆର୍ଥିକ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଏ ସପ୍ତାହରେ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ସମସ୍ତ କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତିରେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ସହଜ ସରଳରେ ଧନ ଆଦାନ ପ୍ରଦାନରେ ଆଶାତୀତ ଲାଭ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଶାନ୍ତି ଲାଗିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ବରିଷ୍ଠ ନାଗରିକଙ୍କ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମ୍ବାଦ ପାଇବା ସହ ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଶତୃମାନେ ପରାଜିତ ହୋଇ ଆର୍ଥିକ ଚିନ୍ତା ଦୁରହେବ।ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସେୟାର ବଜାରରେ ମୁନାଫା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ପଦୋନ୍ନତିର ସୂଚନା ପାଇବେ। ବିରୋଧୀ ମାନେ ହଇରାଣ ହେବେ। ବ୍ୟବସାୟରେ ବାକିଥିବା ଅର୍ଥପ୍ରାପ୍ତି ହେବା ସହ ଭଲ ଲାଭ ପାଇବେ। ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଉଚ୍ଚଆଶା ସଫଳ କରିବେ ଓ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ସରକାରୀ କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ନୂତନ କର୍ମପ୍ରାପ୍ତି ପାଇଁ ଚେଷ୍ଟା କରିବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କାରବାରରେ ସୁଧାର ଆସିବା ଫଳରେ ମାନସିକ ଶାନ୍ତି ମିଳିବ। କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳି ଉନ୍ନତି ହେବ ଓ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର:– ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯୋଗାଯୋଗ କରିବାକୁ ପଡ଼ିବ।  କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଆର୍ଥିକସ୍ଥିତି ସୁଧୁରି ଯାଇ ଯଶ ପ୍ରତିଷ୍ଠା ମିଳିବ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ ଓ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!