ଦୈନିକ ରାଶିଫଳ: ୬ ଜୁନ୍ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ତାରିଖ, ଶନିବାର, ବୃଷ ମାସ ୨୪ ଦିନ, ଆଷାଢମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୭ମିନିଟ୍ ରୁ ୧୨ଟା ୧୦ମିନିଟ୍, ଦିବା ୩ଟା ୩ମିନିଟ୍ ରୁ ୩ଟା ୪୧ମିନିଟ୍, ସନ୍ଧ୍ୟା ୭ଟା ୪୨ମିନିଟ୍ ରୁ ୭ଟା ୪୫ମିନିଟ୍, ରାତ୍ର ୧୧ଟା ୨୪ମିନିଟ୍ ରୁ ୧ଟା ୩୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମଜୀବିମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟୀମାନେ ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ଲୋକ ସମ୍ପର୍କରେ ଉନ୍ନତି ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ସତର୍କତା ଅବଲମ୍ବନ ନକଲେଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମଜୀବିମାନେ କର୍ତ୍ତବ୍ୟ ସାଧନକୁ ମାନ୍ୟତା ଦେଇ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। ଋଣ ପରିଶୋଧ କରିବାରେ ସଫଳ ହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। କୃଷିଜୀବିମାନେ ଉଚ୍ଚସମ୍ପର୍କରୁ ଫାଇଦା ପାଇ ଉତ୍ସାହିତ ହେବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟୀମାନେ କାରବାର ବୃଦ୍ଧି ଫଳରେ ବିଶେଷ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବାରୁ ଉପରିସ୍ଥଙ୍କ କୃପାଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ଗୁଜୁରାଣ ମେଣ୍ଟାଇ ପାରିବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। କୃଷିଜୀବିମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସମ୍ମାନ  ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ନିଜର ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ।ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ।  କୃଷିଜୀବିମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସମୟ ବିତାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ।ବ୍ୟବସାୟୀ ମାନଙ୍କର ଶ୍ରମିକ ଓ କର୍ମଚାରୀ ମାନଙ୍କ ଦ୍ଵାରା କାରବାର ବଢ଼ିବ ଓ ଆୟ ଅଧିକ ହେବ। ରାଜନୀତିରେ ଲୋକସମ୍ପର୍କକୁ ଆଧାର କରି ଆଗେଇବା ସହ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଅପେକ୍ଷାକୃତ ଫଳପ୍ରାପ୍ତି ହେତୁ ସୁସ୍ଥ ବାତାବାରଣ ଜାରି ରହିବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ପ୍ରଶଂସା ଲାଭ କରିବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କର୍ମଚାରୀ ଓ ଶ୍ରମିକମାନେ ଉପର ମହଲରୁ ଆଶାତୀତ ଉପକୃତ ହେବେ। କୃଷିଜୀବି ମାନେ ସୁଖ ଶାନ୍ତିରେ ଦିନ କଟାଇବେ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ।  ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସମ୍ମାନ ଅକ୍ଷୁର୍ଣ୍ଣ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସରକାରୀ କ୍ଷେତ୍ରରେ ଉତ୍ତମ ଲାଭ ପ୍ରାପ୍ତି ହେବା ସହ ବେଶ୍ ଦୁଇ ପଇସା ରୋଜଗାର ହୋଇ ପାରିବ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧର ସୁଯୋଗ ପାଇବେ। ଲୋକଙ୍କ ସହ ସୁସମ୍ପର୍କ ସ୍ଥାପନ କରି ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। କୃଷିଜୀବିମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ।  ପାରିବାରିକ ଉନ୍ନତି ହେବା ସହ ଆର୍ଥିକ ମାମଲା ସୁଧୁରିଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସରକାରୀ କାମରେ ସଫଳତା ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ଆଗମନ ହେବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ଶତୃମାନେ ଦୂରେଇ ଯିବେ, ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇବେ। ସାଂସାରିକ ଜୀବନରେ ପରିଶ୍ରମ ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧି ପାଇବା ସହ ସୁଖ ଶାନ୍ତି ପ୍ରାପ୍ତି ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରି ପାରନ୍ତି। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!