ଦୈନିକ ରାଶିଫଳ: ୦୬ ମାର୍ଚ୍ଚ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୬ ତାରିଖ, ଶୁକ୍ରବାର, କୁମ୍ଭ ମାସ ୨୩ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ପୁନର୍ବସୁ ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୭ମିନିଟ୍ ରୁ ୬ଟା ୫୨ମିନିଟ୍, ସକାଳ ୭ଟା ୪୦ମିନିଟ୍ ରୁ ୯ଟା ୨ମିନିଟ୍, ଦିବା ୧୨ଟା ୨୨ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ୫ଟା ୪୮ମିନିଟ୍, ସନ୍ଧ୍ୟା ୭ଟା ୨୮ମିନିଟ୍ ରୁ ୮ଟା ୫୨ମିନିଟ୍। ପର୍ବଦିନ ସର୍ବ ସମ୍ମତ ପାପ ନଶିନୀ ଏକାଦଶୀ ଉପବାସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନିଜ ଆଚାର ବ୍ୟବହାର ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦୂର ହେବ। ଦାମ୍ପତ୍ୟ ସୁଖରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ପ୍ରତିଯୋଗୀ ପରୀକ୍ଷାରେ ପରିଣାମ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ସାଧାରଣ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରନ୍ତି। କର୍ମୋନ୍ନତି, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଧନ ମିଳିଯାଇପାରେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସନ୍ତାନସୁଖ ପ୍ରାପ୍ତି, ଶାରିରୀକ ଅସୁସ୍ଥତା ଦୂର ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।  ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ସେୟାର ବଜାର, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ।ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।ଅତି ନିଜର ଲୋକମାନେ ଶତୃତା ଆଚରଣ କରିବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ ବିତିବା ସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ ଓ ଉତ୍ତମ ରୋଜଗାର ହେବ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ କଲେ ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ଶିକ୍ଷାର୍ଥୀମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇବା ଫଳରେ ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସରକାରୀ କର୍ମଚାରୀ ମାନେ ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶାରିରୀକ ଅସୁସ୍ଥତା ଦୂରହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଧନନିବେଶ ପାଇଁ ବ୍ୟାଙ୍କ, ବୀମା ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସବୁ ପ୍ରକାର ବ୍ୟବସାୟରେ ଭଲ ଲାଭ ପାଇବା ସହ ବାକିଥିବା ଅର୍ଥ କିଛି ପ୍ରାପ୍ତି ହେବ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!