ଦୈନିକ ରାଶିଫଳ: ୬ ମଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର କର୍ମରେ ଉନ୍ନତି ଦେଖାଦେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୬ ମଇ ୨୦୧୯

ମେଷ:-

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧିହେବ। ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ। ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ।  ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ମହିଳାମାନଙ୍କର ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ନୂତନକର୍ମପ୍ରାପ୍ତିର ସୂଚନା ପାଇବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପରିବାରର ସମସ୍ୟା ସମାଧାନ ହୋଇଯିବ। ମହିଳାମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶ- ପ୍ରଶଂସାର ଅଧିକାରିଣୀ ହେବେ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ମହିଳାମାନେ ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ମହିଳାମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ। କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାଜନୀତି କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମହିଳାମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଅବିବାହିତ ଯୁବକ ଓ ଯୁବତୀ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ପ୍ରେମିକ ଓ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। କର୍ମ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

କୁମ୍ଭ:-

ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମହିଳାମାନେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳାମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!