ଦୈନିକ ରାଶିଫଳ: 6 ଅକ୍ଟୋବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୬ ତାରିଖ, ମଙ୍ଗଳବାର, କନ୍ୟାମାସ ୨୧ ଦିନ, ମଳ ଆଶ୍ଵିନ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, କୃତ୍ତିକାନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର। ମକରରାଶିର ଘାତବାର। ବିଛାରାଶିର ଘାତଚନ୍ଦ୍ର। ମୂଳା, ବେଲ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୩ ମିନିଟ୍ ରୁ ୬ଟା ୨୯ ମିନିଟ୍, ସକାଳ ୮ଟା ୪୦ ମିନିଟ୍ ରୁ ୧୧ଟା ୧୧ ମିନିଟ୍, ସନ୍ଧ୍ୟା ୫ଟା ୨୭ ମିନିଟ୍ ରୁ ୬ଟା ୫୮ ମିନିଟ୍, ରାତ୍ର ୮ଟା ୩୧ ମିନିଟ୍ ରୁ ୮ଟା ୪୩ ମିନିଟ୍, ରାତ୍ର ୯ଟା ୩୩ ମିନିଟ୍ ରୁ ୧୨ଟା ୧ ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

କାରବାରରେ ସୁଧାର ଆସିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ। ପାରିବାରିକ ଜୀବନ ସୁଖମୟ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଜନ ସେବାରେ ନିଜକୁ ନିୟୋଜିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ଛାତ୍ରଛାତ୍ରୀ ମାନେମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡି ପାରେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!