ଦୈନିକ ରାଶିଫଳ: ୬ ସେପ୍ଟେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ବ୍ୟବସାୟରେ ସଫଳତା ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। ଚାକିରୀ ଓ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କରଜ ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଚାକିରିରେ ପ୍ରତିଷ୍ଠିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ଜୀବନ ସୁଖରେ କାଟିବେ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ନାନା ବାଟରେ ଧନାଗମ ଘଟିବା ଫଳରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ  କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହୋଇ ପାରନ୍ତି। ପାରିବାରିକ ଜୀବନରେ ଗୁରୁଜନ କେହି ସନ୍ତୁଷ୍ଟ ରହିବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।  

ବିଚ୍ଛା:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅନେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ। ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟଚାପ ହେତୁ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ଭ୍ରମଣ କରିବାର ସୁଯୋଗ ଅଛି। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ଆର୍ଥିକ ମାମଲା ସୁଧୁରି ଯିବ। ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଋଣ ଭରଣାରେ ସହଜ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବା ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ସୁଖ ସୌଭାଗ୍ୟ ତଥା ଯଶ ପ୍ରସିଦ୍ଧି ଆଶା କରି ହେବ। ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତି ଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଉପରିସ୍ଥ କର୍ମଚାରୀ ମାନଙ୍କର ସହଯୋଗ, ପ୍ରେରଣା, ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!