ଆଜି କେମିତି ରହିବ ଆପଣଙ୍କ ଦିନ : ୭ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ଅପ୍ରେଲ ୨୦୧୮

ମେଷ:-

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର-କୌଣସି କନ୍ୟାକୁ ମିଠା ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧିହେବ। ପ୍ରତିକାର-ରୁଟି ଗୁଡ ଗାଈକୁ ଖାଇବାକୁ ଦେବେ।

କର୍କଟ:-

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା  ପାଇବେ। ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।ପ୍ରତିକାର- ସୂର୍ଯ୍ୟଙ୍କୁ ନମସ୍କାର କରନ୍ତୁ। 

କନ୍ୟା:-

କର୍ମ ଓ ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ।  ପ୍ରତିକାର-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ତୁଳା:-

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କର୍ମ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଜ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:-

ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। କର୍ମ ଓ ବ୍ୟବସାୟରେ ଉନ୍ନତି କରିବେ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ମକର:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ।  ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। କର୍ମଖେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:- ଦୃଷ୍ଟିହୀନ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!