ଦୈନିକ ରାଶିଫଳ: 07 ଏପ୍ରିଲ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୭ତାରିଖ, ବୁଧବାର, ମୀନମାସ ୨୫ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ଧନିଷ୍ଠାନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୭ଟା ୧୬ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୩ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ର ୧୦ଟା ୩୭ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ପାପମୋଚିନୀ ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପାରିବାରିକ ସ୍ତର ହସ ଖୁସିରେ କଟିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ନୂତନ ଗୃହସୁଖ ମିଳିବ । ଯାନବାହନ ସୁଖ ମିଳିବ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବିଦ୍ୟାରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ଶୁଭକାମ କରି ପ୍ରଶଂସିତ ହେବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ପରୀକ୍ଷା, ପ୍ରତି ଯୋଗୀତା ସନ୍ତୋଷ ଜନକ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଶୁଭକାମ କରି ପ୍ରଶଂସିତ ହେବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ବିଶେଷ ଲାଭବାନ ହେବେ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!