ଦୈନିକ ରାଶିଫଳ: ୭ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ଅଗଷ୍ଟ ୨୦୧୮

ମେଷ:-

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ କ୍ଷତିରେ ପଡିବେ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝି ପାରନ୍ତି। ପ୍ରତିକାରଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:

କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ମହିଳାମାନେ ଶୁଭ କାମ କରି ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବାଣିଜ୍ୟ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ ଓ ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାରଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ ଓ ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ବ୍ୟବସାୟ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ରାଜନୀତି କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଆରୋପ ଓ କଳଙ୍କ ଲାଗିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:-

ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଆହୁରି ପଢନ୍ତୁ: ଶ୍ରାବଣ ମାସରେ ଏହି ୫ଟି କାମ ନିଶ୍ଚିନ୍ତ କରନ୍ତୁ, ଓ ଏହି ୭ଟି କାମରୁ ଦୂରେଇ ରୁହନ୍ତୁ।

ମକର:-

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ମହିଳାମାନେ ନୂତନ କର୍ମ ନିଯୁକ୍ତି ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ମହିଳାମାନେ ପିଲାମାନ ସଫଳତାରେ ଖୁସିହେବେ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାର ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!