ଦୈନିକ ରାଶିଫଳ: ୭ ଅଗଷ୍ଟ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟରେ ସୁଧାର ଆସିବ। କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ସହ ଉନ୍ନତି କରିପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଉଚିତପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। କର୍ମଚାରୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

ସିଂହ:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନୂଆ ଚାକିରୀରେ ଯୋଗ ଦେଇପାରନ୍ତି। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ। ପାରିବାରିକ କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଦ୍ଵିଗୁଣ ଲାଭ କରିବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନ ସମ୍ପତି କ୍ରୟ କରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଆତ୍ମକେନ୍ଦ୍ରିତ ହୋଇଯିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ।  ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!