ଦୈନିକ ରାଶିଫଳ: ୭ ଅଗଷ୍ଟ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୭ ତାରିଖ, ଶୁକ୍ରବାର, କର୍କଟ ମାସ ୨୩ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର, ସକାଳ ୬ଟା ୫୭ମିନିଟ୍ ଗତେ ମୀନ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୯ମିନିଟ୍ ରୁ ୬ଟା ୧୮ମିନିଟ୍, ସକାଳ ୭ଟା ୧୧ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୮ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୩୪ମିନିଟ୍ ରୁ ସନ୍ଧ୍ୟା ୬ଟା ୧୫ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ୯ଟା ୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ମାନସିକ ଶାନ୍ତି ଅନୁଭବ କରିବେ। ନିଜ ଲୋକମାନେ ହିଁ କାମରେ ଆସିବେ। ଧନର ଆଗମନ ହେବା ଫଳରେ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ପ୍ରେମ ପ୍ରସଙ୍ଗରେ ଅନେକ ଦିଗରୁ ଖୁସି ମିଳିବ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ସହ ଉପରିସ୍ଥଙ୍କ କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ।  ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପାରିବାରିକ କ୍ଷେତ୍ରରେ ଶୁଭ ସୂଚନା ପାଇ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭାପାଇବେ। ଛାତ୍ରଛାତ୍ରୀମାନଙ୍କର ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ। ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଧନର ଆଗମନ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। 

ବିଚ୍ଛା:-

ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ। ଘର ପରିବାରକୁ ପ୍ରାଥମିକତା ଦେବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡି ପାରନ୍ତି। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ ତିକ୍ତତା ଦୂର ହୋଇ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଶିକ୍ଷା କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶରୀର ସୁସ୍ଥ ରହିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ସାମ୍ବାଦିକ ମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବିତିଯାଇଥିବା ମାମଲାରେ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବାକୁ ମିଳିବ। ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସି ଅନେକ ଦିନର ଅଭିଳାଷ ପୂରଣ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ଲାଭବାନ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!