ଦୈନିକ ରାଶିଫଳ: ୭ ଡିସେମ୍ବର ୨୦୧୮। ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ଉନ୍ନତି ହେବାର ସମ୍ଭାବନା ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ଡିସେମ୍ବର ୨୦୧୮। ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ଉନ୍ନତି ହେବାର ସମ୍ଭାବନା ଅଛି

ମେଷ:-

କଳକାରଖାନା ପରିବହନ ଓ ଭାଗୀଦାରୀ ବ୍ୟବଶାୟରେ ଭଲ ଲାଭ ପାଇବେ। ପାରିବାରିକ ପତିଆରା ଭଲ ରହିବ। ମହିଳାମାନେ ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ।  ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ମହିଳାମାନଙ୍କର ପଦୋନ୍ନତିସହ ଆର୍ଥଲାଭ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ। କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ନୂତନ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। କର୍ମୋନ୍ନତିର ସୂଚନା ପାଇବା ସହ  ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କ ଠାରୁ ସାହାଯ୍ୟ ପାଇବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ। ପ୍ରତିକାର- ଅସହାୟାଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ। ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ତୁଳା:-

ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି। ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ  ଦିଗରୁ ଉନ୍ନତି ହେବ। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ବିଛା:-

ସ୍ଵାସ୍ଥ୍ୟରେ ଉନ୍ନତି ହେବାସହ ଅଧ୍ୟାତ୍ମିକ ଚେତନା ଦେଖାଦେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ।  ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ  ଜୀବନ ସୁଖରେ କଟିବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଓ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ। ସାମାଜିକ ସ୍ତରରେ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। କଣ୍ଟ୍ରାକ୍ଟରୀ ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!