ଦୈନିକ ରାଶିଫଳ: ୭ ଡିସେମ୍ବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। କର୍ମକ୍ଷେତ୍ରରେ ଅଶାନ୍ତିର ଝଡ ଶାନ୍ତ ହେବା ଫଳରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ହେବାସହ ନୂତନ କର୍ମ ପ୍ରାପ୍ତି ହୋଇପାରେ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।  ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଯୁବକ ଯୁବତୀମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବ ଓ ବନ୍ଧୁ ସମାଗମ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆମୋଦ ପ୍ରମୋଦ ମନୋରଞ୍ଜନ କାର୍ଯ୍ୟରେ ମାତି ଅନ୍ୟ ମନସ୍କ ରହି ପାରନ୍ତି। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ ଓ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ। ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ।  ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ।  ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।  ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶରୀର ଭଲ ରହିବ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ। ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!