ଦୈନିକ ରାଶିଫଳ: ୭ ଫ୍ରେବୃୟାରୀ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତି ମିଳିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ କରିପାରନ୍ତି। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ।  ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ।  ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର:- ଗୋମାତାର ସେବାକରନ୍ତୁ ।

ସିଂହ:-

ପଦୋନ୍ନତିର ସମ୍ଭାବନା ରହିଛି। ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଅଧିକ ଲାଭ କରିବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା  ଓ  ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ନୂଆଲକ୍ଷ ନିର୍ଦ୍ଧାରିତ କରି ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ।  ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।ଘାତ

ତୁଳା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବା ସହ ଉଚିତପନ୍ଥା ଗ୍ରହଣ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରି ପାରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସଂଯମତା ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ। ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖା ଦେଇ ପାରେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ। ଘାତ

ଧନୁ:- 

ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ପାଇ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କାହାର ଡାକରା ପାଇ ଯଦି ଦୂରଯାତ୍ରା କରନ୍ତି କଷ୍ଟ ପାଇବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ। ଘାତ

ମକର:-

ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଶ୍ରମିକମାନେ ବେସୀ ଉପକୃତ ହେବେ। କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘରପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ ସମ୍ପତ୍ତି ପ୍ରାପ୍ତି ହୋଇପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଗୁରୁଜନଙ୍କ ସେବାଫଳରେ ଆଗକୁ ବଢିପାରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଲାଭ ଉଠାଇ ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!