ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ! ଆଜି କେମିତି ରହିବ ଆପଣଙ୍କ ଦିନ : ୭ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ଜାନୁୟାରୀ ୨୦୧୮

ମେଷ-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମହିଳାମାନଙ୍କର ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ପରିବାରରେ ସମ୍ମାନିତା ହୋଇ ସୁଖ ଶାନ୍ତି ବଜାୟ ରଖିବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ-

ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମହିଳାମାନଙ୍କର ପଶୁ ସମ୍ପଦ, ଧନ ସମ୍ପତିରେ ଘର ହସି ଉଠିବ । ପ୍ରତିକାର- ବୃଦ୍ଧା ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ

ଯଥାର୍ଥ କର୍ମ ଯୋଗୀ, ଉତ୍ସାହୀ, ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ଭାବେ କ୍ଷାତି ଅର୍ଜନ କରିବେ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ–

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବାକ୍ୟ ସଂଯମତା ନ ରଖିଲେ ବିପଦରେ ପଡିବେ। ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା-

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।  

ତୁଳା-

ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ପାରିବାରିକ ଦ୍ଵନ୍ଦ ସମାଧାନ, ମାନସିକ ଏକାଗ୍ରତା ବଜାୟ ରହିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ।  ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ମହିଳାମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ। 

ଧନୁ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ବୃଦ୍ଧା ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ- ଶାନ୍ତିହାନି, ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ, ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!