ଦୈନିକ ରାଶିଫଳ: ୭ ଜାନୁୟାରୀ ୨୦୧୯, ବର୍ଷର ଏହି ପ୍ରଥମ ସୋମବାର ଭଗବାନ ଶିବ ପ୍ରଶନ୍ନ ଅଛନ୍ତି ଏହି ରାଶି ଉପରେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ଜାନୁୟାରୀ ୨୦୧୯

ମେଷ:-

ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ। ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ। କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ। ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅର୍ଥ ସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇବେ। ମହିଳାମାନେ ପରର ସାହାଯ୍ୟ ଲୋଡ଼ିବେ ଓ ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ।  ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ।  ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ।  ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି।  ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ବ୍ୟବସାୟରେ ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ ଓ ନ୍ୟାୟମାର୍ଗ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର- ଅସହାୟଙ୍କର ସେବା କରନ୍ତୁ।

ସିଂହ:-

ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ବାଦବିବାଦ, ପ୍ରତିଦ୍ୱନ୍ଦିତା, ଖେଳ, କୁଦ, ପ୍ରତିଯୋଗିତାପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସହକର୍ମୀ ମାନଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି। କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେଭଲ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

ତୁଳା:-

ପାରିବାରିକ ଅଶାନ୍ତି ଦୂରେଇଯିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହୋଇ ନୂତନ କର୍ମ ପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରି ପାରନ୍ତି। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଚ୍ଛା:-

ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ। କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ଧନୁ:-

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତିରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ମହିଳାମାନେ ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃମାନେ ଦୂରେଇ ଯିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ। ବ୍ୟବସାୟରେ ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ମହିଳାମାନଙ୍କର ଆର୍ଥିକ ସଙ୍କଟ ଦୂରେଇ ଯିବ ଓ ସୁସମ୍ବାଦ ଶୁଣିବାକୁ ପାଇବେ। ଯୁବକ ଯୁବତୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ଯୁବକ ଯୁବତୀମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ମହିଳାମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!