ଦୈନିକ ରାଶିଫଳ: ୭ ଜାନୁୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:- ଆମିଷଭୋଜନ, ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ। ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ। ଉତ୍ତମ ରୋଜଗାର ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର: ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ନୂତନ ଆୟପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ଆନନ୍ଦିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆମୋଦ-ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

କୁମ୍ଭ:-

ବ୍ୟବସାୟରେ ଲାଭବାନ୍ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!