ଦୈନିକ ରାଶିଫଳ: ୭ ଜୁଲାଇ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତି କିଛି ନୂଆ ପଦାର୍ଥ କ୍ରୟ କରିବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର  ହେବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।  

ସିଂହ:-

ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ରତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ।  ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଶତୃମାନେ ପରାଜିତ ହୋଇ ପାରିବାରିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!