ଦୈନିକ ରାଶିଫଳ: ୭ ଜୁନ୍ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ତାରିଖ, ରବିବାର, ବୃଷ ମାସ ୨୫ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ ସକାଳ ୬ଟା ୫୭ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୨ଟା ୪୮ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୪ଟା ୪୦ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ୭ଟା ୪୬ମିନିଟ୍, ରାତ୍ର ୧୦ଟା ୪୧ମିନିଟ୍ ରୁ ୧୨ଟା ୫୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ ପରିସ୍ଥିତି ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢି ପାରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ।ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ମିଥୁନ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ସୁଯୋାଗ ଆସିବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ।  ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ଶତୃମାନଙ୍କୁ ନଜର ରଖିବାକୁ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟରେ ପ୍ରଚୁର ଅର୍ଥ ଲାଭ ହେବ ଓ ପରିସ୍ଥିତି ବଦଳିଯିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ସତର୍କତା ଅବଲମ୍ବନ ନକଲେଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ ହେବ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀଙ୍କ ଠାରୁ ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରିପାରିବେ। କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ। କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!