ଆଜି କେମିତି ରହିବ ଆପଣଙ୍କ ଦିନ : ୭ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୭ ଜୁନ୍ ୨୦୧୮

ମେଷ:–

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ ଆୟ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- ଗୁଡ଼ ଓ ଗହମ ପିଲାମାନଙ୍କୁ ବାଣ୍ଟନ୍ତୁ  ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:– 

କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ଅସହାୟା ବିଧବାକୁ କିଛି ଦାନ କରିବା ଉଚିତ୍।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:–

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମନ ଊଣାହେବ। ବୁଝି ବିଚାରି କାର୍ଯ୍ୟ ନକଲେ ସମସ୍ତକାର୍ଯ୍ୟରେ ବିଫଳତା ମିଳିବ। ଅନେକକ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ। ପ୍ରତିକାର:- ଗାଈକୁ ପନିପରିବା  ଖାଇବାକୁ ଦେବେ।

କର୍କଟ :–

ଅଧିକ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ନୂତନ ଗୃହ ନିର୍ମାଣ ଭବିଷ୍ୟତ ପାଇଁ ବିପଦ। ରାଜନୈତିକକ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ। ମହିଳାମାନେ ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତା ହେବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ।  

ସିଂହ:–

ନୂତନ ବାହନଆଦି କ୍ରୟ କରି ପାରନ୍ତି। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:–

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,  ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ମହିଳା ମାନଙ୍କର ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ। 

ତୁଳା:– 

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ।  ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମହିଳା ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ  ।

ବିଚ୍ଛା:–

ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟ ରେଲାଭବାନ ହେବେ। ପଢ଼ାପଢ଼ିରେ ମନଦେବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ ଭାତୃବିବାଦ,ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ଧନୁ:–

ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ବ୍ୟବସାୟପାଇଁ ବିଦେଶଯାତ୍ରା କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ମକର:–

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଭିକାରୀକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ :–

କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ମହିଳାମାନେ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି କରିବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦେବେ।

ମୀନ:–

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ମହିଳାମାନଙ୍କର କାର୍ଯ୍ୟଭାର ବୃଦ୍ଧି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!